Quantum Mirror

ଆଜି ୧୩ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି

ଆଜି ୧୩ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ସମଗ୍ର ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ସକ୍ରିୟ ରହିଛି । ଏହାର ପ୍ରଭାବରେ ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ଏବଂ ବଜ୍ରପାତ ଲାଗି ରହିଛି । ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ଏବଂ ଆଭ୍ୟନ୍ତରୀଣ ଓଡିଶାର ବରଗଡ, ସୋନେପୁର ଏବଂ କନ୍ଧମାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ଲାଗି ରହିଛି । ଆଗାମୀ ୨୪ ଘଂଟା ମଧ୍ୟରେ ଉତ୍ତର ଓଡ଼ିଶାର ଅଧିକାଂଶ ଜିଲ୍ଲା ଓ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଂଚଳିକ ପାଣିାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର ଓ ଢେଙ୍କାନାଳ ଜିଲ୍ଳାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।ସେହିପରି ୧୮ରୁ ୧୯ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ବୌଦ୍ଧ ଆଦି ଜିଲ୍ଳାରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହା ବ୍ୟତୀତ ୧୯ରୁ ୨୦ ତାରିଖ ମଧ୍ୟରେ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Subscribe to our newsletter
Subscribe to our newsletter
Sign up here to get the latest news, updates and special offers delivered directly to your inbox.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

×