Quantum Mirror

ପାରାଦୀପରେ ହାଇ ଆଲର୍ଟ ଜାରି

ପାରାଦୀପରେ ହାଇ ଆଲର୍ଟ ଜାରି

ଜଗତସିଂହପୁର: ବର୍ତ୍ତମାନ ପାରାଦୀପ ବନ୍ଦରକୁ ୩ନମ୍ବର ବିପଦ ସଂକେତ ଜାରି କରାଯାଇଛି । ବଙ୍ଗୋପସାଗରରେ ଆସନ୍ତା ୨୬ ତାରିଖରେ ବାତ୍ୟା ୟଶ୍ ପାରାଦୀପ ଏବଂ ସାଗର ଦ୍ୱୀପରେ ଲ୍ୟାଣ୍ଡଫଲ୍ କରିବାକୁ ଯାଉଛି । ତେଣୁ ଏବେ ପାରାଦୀପରେ ହାଇ ଆଲର୍ଟ ଜାରି କରାଯାଇଛି । ବାତ୍ୟା ‘ୟଶ’ ପାରାଦ୍ଵୀପରୁ ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ କରିବାର ସମ୍ଭାବନା ଥିବାରୁ ଅଧିକ ଜୋରରେ ପବନ ସହିତ ଉଚ୍ଚ ସାମୁଦ୍ରିକ ଢେ଼ଉ ଉଠିବାର ସମ୍ଭାବନା ରହିଛି । ଯାହାକୁ ଦୃଷ୍ଟିରେ ରଖି ପାରାଦ୍ଵୀପ ବନ୍ଦର ଆଗୁଆ ପଦକ୍ଷେପ ସହିତ ଜାହାଜ ଗୁଡିକୁ ଗଭୀର ସମୁଦ୍ରର ସୁରକ୍ଷିତ ସ୍ଥାନକୁ ପଠାଇ ଦିଆଯାଉଛି ।ସୂଚନା ଅନୁସାରେ, ଆଜି ସନ୍ଧ୍ୟାରୁ ପବନ ବହିବା ଆରମ୍ଭ ହେବ । ଉପକୂଳ ଅଞ୍ଚଳରେ ଘଣ୍ଟାପ୍ରତି ୯୦ରୁ ୧୧୦ କିଲୋମିଟର ବେଗରେ ପବନ ବହିପାରେ । ଆସନ୍ତାକାଲିଠୁ ପବନର ବେଗ ଘଣ୍ଟାପ୍ରତି ୧୪୫ ରୁ ୧୭୦ କିମିରେ ବହିବ । ଲ୍ୟାଣ୍ଡଫଲ୍ ବେଳକୁ ପବନ ବେଗ ବଢି ଘଣ୍ଟା ପ୍ରତି ୧୮୫ କିଲୋମିଟର ହେବ ବୋଲି ଆକଳନ କରାଯାଇଛି । ବାତ୍ୟା ୟଶ ଏବେ ଦକ୍ଷିଣ–ଦକ୍ଷିଣ ପୂର୍ବ ପାରାଦୀପ ଠାରୁ ୫୪୦ କିମି ଦୂରରେ ରହିଛି । ସେହିପରି ଉତ୍ତର–ଉତ୍ତର ପୂର୍ବ ବାଲେଶ୍ୱର ଠାରୁ ୬୫୦, ଦକ୍ଷିଣ– ଦକ୍ଷିଣ ପୂର୍ବ ଦୀଘା ଠାରୁ ୬୩୦ କିଲୋମିଟର ଦୂରରେ ରହିଛି ।

Subscribe to our newsletter
Subscribe to our newsletter
Sign up here to get the latest news, updates and special offers delivered directly to your inbox.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More