ଭୁବନେଶ୍ୱର: ଓଡିଶାରେ ରେକର୍ଡ ଭାଙ୍ଗିଲା ମୃତ୍ୟୁ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ୩୨ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ମହାମାରୀ । ଦ୍ୱିତୀୟ ଲହରର ଏହା ସର୍ବକାଳୀନ ରେକର୍ଡ । ଏହି କ୍ରମରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨ ହଜାର ୫୧୬କୁ ବୃଦ୍ଧି ପାଇଛି ।ତେବେ ଗତ ୨୪ ଦିନରେ କରୋନାରେ ୪୭୩ ଜଣଙ୍କର ମୃତ୍ୟୁ ହୋଇଛି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି କଳାହାଣ୍ଡି ଓ ସୁନ୍ଦରଗଡ଼ ଜିଲ୍ଲାରୁ ୪ଜଣ ଲେଖାଏଁ, ଅନୁଗୁଳ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ ଲେଖାଏଁ, ନବରଙ୍ଗପୁର , ପୁରୀ, ରାୟଗଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ, ଗଜପତି, ଗଞ୍ଜାମ, ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।ଅନ୍ୟପଟେ ରାଜ୍ୟରେ ୧୧ ହଜାର ୦୫୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୬ ହଜାର ୧୯୩ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୪ ହଜାର ୮୬୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭,୦୩,୪୪୧କୁ ବୃଦ୍ଧି ପାଇଛି । ବର୍ତ୍ତମାନ ରାଜ୍ୟରେ ଆକ୍ଟିଭ କେସ ୧,୧୧,୨୬୨୨ ଥିବା ବେଳେ ୫,୮୯,୬୧୦ ଜଣ ସୁସ୍ଥ ହୋଇଛନ୍ତି ।
ତାଜା ଖବର
ଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକସଂସଦରେ ଠେଲା ପେଲା; ପ୍ରତାପ ଷଡଙ୍ଗୀ ଆହତଶୀତରେ ଥରୁଛି ସାରା ଓଡ଼ିଶାବିଶିଷ୍ଟ ତବଲା ବାଦକ ଜାକିର ହୁସେନଙ୍କ ପରଲୋକ।