ମଦ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଗିରଫ କଲା ଇଡି। ଦିଲ୍ଲୀ ବାସଭବନରେ ପଚରାଉଚରା ପରେ କେଜରିୱାଲ ଗିରଫ କରାଯାଇଥିବା ସୂଚନା ମିଳିଛି। ମଦ ଦୁର୍ନୀତି ମାମଲାରେ ତଦନ୍ତ ଲାଗି କେଜରିୱାଲଙ୍କ ଦିଲ୍ଲୀ ଘରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଟିମ୍ ପହଞ୍ଚିଥିଲା। ଅନ୍ତରୀଣ ସୁରକ୍ଷା ଦେବାକୁ ହାଇକୋର୍ଟ ମନା କରିବା ପରେ ଇଡି ଟିମ୍ କେଜରିୱାଲଙ୍କ ଘରେ ପହଞ୍ଚିଥିଲା। ଇଡିର ଏସିପି ରାଙ୍କର ବହୁ ଅଧିକାରୀ ରେଡରେ ସାମିଲ ହୋଇଛନ୍ତି। ଦଶମ ସମନ ପରେ ମନିଲଣ୍ଡ୍ରିଂ ଆକ୍ଟ ଧାରା ୫୦ ଅନୁଯାୟୀ ଜେରା ଚଳାଇଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। କେଜ୍ରିୱାଲଙ୍କୁ ଜେରା ଘଣ୍ଟାଏ ଧରି ଚାଲିଥିବା ବେଳେ, ତାଙ୍କ ବାସଭବନ ଚାରିପଟେ ୧୪୪ ଧାରା ଜାରି ହୋଇଛି। ଫୋର୍ସ ମୁତୟନ ସହ କଡ଼ା ସୁରକ୍ଷା ବଳୟରେ ଅଛି ପୂରା ଇଲାକା। ସେପଟେ କେଜ୍ରିୱାଲଙ୍କ ସମର୍ଥକମାନେ ବିଭିନ୍ନ ସ୍ଥାନରେ ଜୋରଦାର ବିକ୍ଷୋଭ କରିଥିବା ଦେଖିବାକୁ ମିଳିଛି। ଅନ୍ୟପଟେ ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି କେଜରିୱାଲଙ୍କ ଲିଗାଲ ଟିମ୍ ସୁପ୍ରିମକୋର୍ଟ ଯାଇଥିବା ସୂଚନା ମିଳିଛି।
ତାଜା ଖବର
ପୁରୀ ରଥଯାତ୍ରାରେ ଧାର୍ମିକ ଓ ଆଧ୍ୟାତ୍ମିକ ରଙ୍ଗ, ତିନି ଠାକୁରଙ୍କ ଶୁଭ ଯାତ୍ରାବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।