ଆଜିଠୁ ଖୋଲିଲା ସୂର୍ଯ୍ୟମନ୍ଦିର । ଦୀର୍ଘ ୫ ମାସ ପରେ ଖୋଲିଲା ବିଶ୍ୱ ପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟ ମନ୍ଦିର । କେନ୍ଦ୍ର ସରକାରଙ୍କ ଗାଇଡଲାଇନ୍ ଅନୁସାରେ ଖୋଲିଲା ସୂର୍ଯ୍ୟମନ୍ଦିର । କରୋନା କଟକଣା କାରଣରୁ ଏହି ଐତିହାସିକ ପର୍ଯ୍ୟଟନ ସ୍ଥଳ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିଥିଲା । କୋଣାର୍କ ସୂର୍ଯ୍ୟ ମନ୍ଦିର ଆଜି ସକାଳ ୬ଟା ସମୟରେ ଖୋଲିଛି । ମନ୍ଦିର ଖୋଲିଥିଲେ ମଧ୍ୟ ପର୍ଯ୍ୟଟକଙ୍କୁ ସୂର୍ଯ୍ୟ ମନ୍ଦିର ପରିଦର୍ଶନ ପାଇଁ କରୋନା କଟକଣାକୁ ପାଳନ କରିବାକୁ ପଡିବ ।
ପର୍ଯ୍ୟଟକଙ୍କ ମଧ୍ୟରେ ସାମାଜିକ ଦୂରତା , ମାସ୍କ ପିନ୍ଧିବା ବାଧ୍ୟତାମୂଳକ , ଏକକାଳୀନ ୧୦୦ ପର୍ଯ୍ୟଟକଙ୍କୁ ପ୍ରବେଶ ଅନୁମତି ରହିବ । ୧୦୦ରୁ ଅଧିକ ପର୍ଯ୍ୟଟକଙ୍କୁ ସୂର୍ଯ୍ୟ ମନ୍ଦିର ପ୍ରବେଶ ଅନୁମତି ମିଳିବନି ବୋଲି କୁହାଯାଇଛି । ଏନେଇ ସ୍ପଷ୍ଟ କରିଛନ୍ତି କୋଣାର୍କ ସୂର୍ଯ୍ୟମନ୍ଦିର କର୍ତୃପକ୍ଷ ।
ତାଜା ଖବର
ବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକ