Quantum Mirror

ASI କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଚିଠି

ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ବା SOP ଅନୁସାରେ ବାହାର ଓ ଭିତର ରତ୍ନଭଣ୍ଡାରରୁ ସମସ୍ତ ସ୍ଥାନାନ୍ତରଣ ପ୍ରକ୍ରିୟା ଶେଷ ହେବା ପରେ ASI ସଂରକ୍ଷଣ ତଥା ମରାମତି କାର୍ଯ୍ଯ ହାତକୁ ନେବ। ଏହା ପୂର୍ବରୁ ପରିଚାଳନା କମିଟିର ନିଷ୍ପତ୍ତି ଅନୁସାରେ ଏଏସଆଇ ଦ୍ବାରା ରତ୍ନଭଣ୍ଡାରର ସାମଗ୍ରିକ ବୈଷୟିକ ଯାଞ୍ଚ କରିବାକୁ ASIକୁ ଚିଠି ଲେଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ। ଅତ୍ୟାଧୁନିକ ଜ୍ଞାନକୌଶଳ ବ୍ୟବହାର କରି ଏହି ସର୍ଭେ କରିବାକୁ ଅନୁରୋଧ କରାଯାଇଛି। ଏହାଦ୍ବାରା ଯେପରି ଶ୍ରୀମନ୍ଦିର ଉପରେ କୌଣସି ପ୍ରତିକୂଳ ପ୍ରଭାବ ନ ପଡିବ ସେଥିପ୍ରତି ଧ୍ୟାନ ଦେବାକୁ ସ୍ପଷ୍ଟ ଭାବେ ଚିଠିରେ ଉଲ୍ଲେଖ କରାଯାଇଛି । ଏଥିସହ ସାମଗ୍ରିକ ବୈଷୟିକ ସର୍ଭେ ପାଇଁ ରାଜ୍ୟ ସରକାର ପ୍ରସ୍ତୁତ କରିଥିବା SOP ମଧ୍ୟ ASI ନିକଟକୁ ପଠାଯାଇଛି l ଏହି ବୈଷୟିକ ଯାଞ୍ଚ IIT ଏବଂ CBRI ଭଳି ଉଚ୍ଚମାନର ଅନୁଷ୍ଠାନ ମାନଙ୍କ ଦ୍ବାରା କରିବାକୁ ASIକୁ ପରାମର୍ଶ ଦିଆଯାଇଛି। ରତ୍ନଭଣ୍ଡାରର ସାମଗ୍ରିକ ବୈଷୟିକ ଯାଞ୍ଚ ଶେଷ ହେବା ପରେ ତୁରନ୍ତ ସଂରକ୍ଷଣ ଏବଂ ମରାମତି କାମ ହାତକୁ ନେବାକୁ ASIକୁ ଅନୁରୋଧ କରାଯାଇଛି। ଯାହାଫଳରେ ଅସ୍ଥାୟୀ ରତ୍ନଭଣ୍ଡାରରେ ଥିବା ଅଳଙ୍କାର ଏବଂ ମୂଲ୍ୟବାନ ସାମଗ୍ରୀର ଗଣତି ମଣତି କରାଯାଇ ପୁଣି ଥରେ ମୂଳ ରତ୍ନଭଣ୍ଡାରକୁ ସେସବୁକୁ ଆଣି ସୁରକ୍ଷିତ ରଖାଯିବ ବୋଲି ମୁଖ୍ଯ ପ୍ରଶାସକ ଚିଠିରେ ଅନୁରୋଧ କରିଛନ୍ତି।

Subscribe to our newsletter
Subscribe to our newsletter
Sign up here to get the latest news, updates and special offers delivered directly to your inbox.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

×