ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ବା SOP ଅନୁସାରେ ବାହାର ଓ ଭିତର ରତ୍ନଭଣ୍ଡାରରୁ ସମସ୍ତ ସ୍ଥାନାନ୍ତରଣ ପ୍ରକ୍ରିୟା ଶେଷ ହେବା ପରେ ASI ସଂରକ୍ଷଣ ତଥା ମରାମତି କାର୍ଯ୍ଯ ହାତକୁ ନେବ। ଏହା ପୂର୍ବରୁ ପରିଚାଳନା କମିଟିର ନିଷ୍ପତ୍ତି ଅନୁସାରେ ଏଏସଆଇ ଦ୍ବାରା ରତ୍ନଭଣ୍ଡାରର ସାମଗ୍ରିକ ବୈଷୟିକ ଯାଞ୍ଚ କରିବାକୁ ASIକୁ ଚିଠି ଲେଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ। ଅତ୍ୟାଧୁନିକ ଜ୍ଞାନକୌଶଳ ବ୍ୟବହାର କରି ଏହି ସର୍ଭେ କରିବାକୁ ଅନୁରୋଧ କରାଯାଇଛି। ଏହାଦ୍ବାରା ଯେପରି ଶ୍ରୀମନ୍ଦିର ଉପରେ କୌଣସି ପ୍ରତିକୂଳ ପ୍ରଭାବ ନ ପଡିବ ସେଥିପ୍ରତି ଧ୍ୟାନ ଦେବାକୁ ସ୍ପଷ୍ଟ ଭାବେ ଚିଠିରେ ଉଲ୍ଲେଖ କରାଯାଇଛି । ଏଥିସହ ସାମଗ୍ରିକ ବୈଷୟିକ ସର୍ଭେ ପାଇଁ ରାଜ୍ୟ ସରକାର ପ୍ରସ୍ତୁତ କରିଥିବା SOP ମଧ୍ୟ ASI ନିକଟକୁ ପଠାଯାଇଛି l ଏହି ବୈଷୟିକ ଯାଞ୍ଚ IIT ଏବଂ CBRI ଭଳି ଉଚ୍ଚମାନର ଅନୁଷ୍ଠାନ ମାନଙ୍କ ଦ୍ବାରା କରିବାକୁ ASIକୁ ପରାମର୍ଶ ଦିଆଯାଇଛି। ରତ୍ନଭଣ୍ଡାରର ସାମଗ୍ରିକ ବୈଷୟିକ ଯାଞ୍ଚ ଶେଷ ହେବା ପରେ ତୁରନ୍ତ ସଂରକ୍ଷଣ ଏବଂ ମରାମତି କାମ ହାତକୁ ନେବାକୁ ASIକୁ ଅନୁରୋଧ କରାଯାଇଛି। ଯାହାଫଳରେ ଅସ୍ଥାୟୀ ରତ୍ନଭଣ୍ଡାରରେ ଥିବା ଅଳଙ୍କାର ଏବଂ ମୂଲ୍ୟବାନ ସାମଗ୍ରୀର ଗଣତି ମଣତି କରାଯାଇ ପୁଣି ଥରେ ମୂଳ ରତ୍ନଭଣ୍ଡାରକୁ ସେସବୁକୁ ଆଣି ସୁରକ୍ଷିତ ରଖାଯିବ ବୋଲି ମୁଖ୍ଯ ପ୍ରଶାସକ ଚିଠିରେ ଅନୁରୋଧ କରିଛନ୍ତି।
ତାଜା ଖବର
ପୁରୀ ରଥଯାତ୍ରାରେ ଧାର୍ମିକ ଓ ଆଧ୍ୟାତ୍ମିକ ରଙ୍ଗ, ତିନି ଠାକୁରଙ୍କ ଶୁଭ ଯାତ୍ରାବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।