ଉତ୍ତରପ୍ରଦେଶ ଝାନ୍ସିର ମହାରାଣୀ ଲକ୍ଷ୍ମୀବାଇ ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ | ଶିଶୁ ରୋଗ ୱାର୍ଡରେ ନିଆଁ ଲାଗିବାରୁ ୧୦ ଜଣ ନବଜାତଙ୍କ ମୃତ୍ୟୁ ହୋଇଛି । ୧୦ ଜଣ ଶିଶୁଙ୍କ ମୃତ୍ୟୁ ହୋଇଥିବା ବେଳେ, ୧୬ ଜଣ ଗୁରୁତର ହୋଇଛନ୍ତି | ସଟ୍ ସର୍କିଟ ଯୋଗୁଁ ହସ୍ପିଟାଲର ୮ ମହଲା ଉପରେ ଲାଗିଥିଲା ନିଆଁ। ଅଧିକାଂଶ ଲୋକଙ୍କୁ ଉଦ୍ଧାର କରାଯାଇଥିଲେ ମଧ୍ୟ ଏବେିବି ଉଦ୍ଧାର କାର୍ଯ୍ୟ ଜାରି ରହିଛି। ନିଆଁ ଲାଗିଥିବା ଜାଣିବା ପରେ ଲୋକେମାନେ ଦୌଡିଥିଲେ। ଫଳରେ ଦଳଚକଟା ସ୍ଥିତି ସୃଷ୍ଟି ହୋଇଥିଲା। ଗତକାଲି ରାତି ପ୍ରାୟ ୧୦ଟା ୩୫ ମିନିଟରେ ନିଆଁ ଲାଗିଥିବା ସୂଚନା ମିଳିଛି । ତେବେ ନିଆଁ ଲାଗିବା ମାତ୍ରେ ଶିଶୁ ରୋଗ ୱାର୍ଡରେ ଥିବା ୩୭ ଜଣଙ୍କୁ ତୁରନ୍ତ ସ୍ଥାନାନ୍ତର କରାଯାଇଥିଲା । ହସ୍ପିଟାଲରେ ଥିବା ୨ଟି ଶିଶୁରୋଗ ୱାର୍ଡରୁ ଗୋଟିଏ ୱାର୍ଡରେ ନିଆଁ ଲାଗିଥିବା ସୂଚନା ମିଳିଛି । ଦମକଳ ବାହିନୀ ନିଆଁକୁ ଆୟତ୍ତ କରିଛି । ୱାର୍ଡରେ ମୋଟ ଉପରେ ୫୪ ଜଣ ରୋଗୀ ଥିଲେ। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଘଟଣାକୁ ନେଇ ଦୁଃଖ ପ୍ରକାଶ କରିବା ସହ ଆହତଙ୍କୁ ଭଲ ହସ୍ପିଟାଲରେ ଚିକିତ୍ସା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ନିଆଁ ଲାଗିବା ପରେ ହସ୍ପିଟାଲ ପରିସରରେ ବହୁ ହୃଦୟ ବିଦାରକ ଘଟଣା ଦେଖିବାକୁ ମିଳିଥିଲା। କିଏ ନିଜ ଛୁଆର ଜଳନ୍ତା ଶରୀର ଧରି ବୁଲୁଥିଲା ତ କିଏ ନିଜ ଛୁଆକୁ ଖୋଜି ଖୋଜି ମୁଣ୍ଡ ପିଟୁଥିଲା। କେଉଁ ପରିସ୍ଥିତିରେ ନିଆଁ ଲାଗିଲା ତାହାର ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି ।
ତାଜା ଖବର
ବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକ