ଚଳିତ ଶିକ୍ଷାବର୍ଷରେ ହେବ ମାଟ୍ରିକ ଏବଂ ଯୁକ୍ତ ଦୁଇ ପରୀକ୍ଷା
ଚଳିତ ଶିକ୍ଷାବର୍ଷରେ ହେବ ମାଟ୍ରିକ ଏବଂ ଯୁକ୍ତ ଦୁଇ ପରୀକ୍ଷା
ଭୁବନେଶ୍ୱର: ବିଳମ୍ବିତ ହୋଇପାରେ କିନ୍ତୁ ପରୀକ୍ଷା ହେବା ନେଇ ସୂଚନା ଦେଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ | ଏଥିପାଇଁ ସର୍ବନିମ୍ନ 3 ମାସ ପାଠପଢ଼ା ହେବ, ତା ପରେ ପରୀକ୍ଷା ଵ୍ୟଵସ୍ଥା କରାଯିବ | ଯଦି ସର୍ବ ଭାରତୀୟ ସ୍ତରରେ ପରୀକ୍ଷା ବନ୍ଦ ପାଇଁ ନିଷ୍ପତି ହୁଏ, ତାହାହେଲେ ହୁଏତ ପରୀକ୍ଷା ବନ୍ଦ ହୋଇପାରେ | ରାଜ୍ୟ ସରକାର ନିଜଆଡୁ ପରୀକ୍ଷା ବନ୍ଦ କରିବେ ନାହିଁ, ଯଦି ପରୀକ୍ଷା ବନ୍ଦ କରାଯାଏ ତେବେ ରାଜ୍ୟର ଛାତ୍ରଛାତ୍ରୀ ଗୋଟେ ବର୍ଷ ପଛୁଆ ହୋଇଯିବେ | ଡିସେମ୍ବର 31 ପରେ ଦଶମ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ସ୍କୁଲ ଖୋଲିବା ଵ୍ୟଵସ୍ଥା ଉପରେ ଆଲୋଚନା କରାଯିବା ନେଇ ମଧ୍ୟ ସୂଚନା ଦେଇଛନ୍ତି ବିଭାଗୀୟ ମନ୍ତ୍ରୀ |