ମଣିପୁରରେ ଜାରି ରହିଥିବା ହିଂସା ଥମିବାର ନାଁ ନେଉନାହିଁ । ଲୋକସଭା ନିର୍ବାଚନର ଗୋଟିଏ ଦିନ ପରେ କୁକି ଉଗ୍ରବାଦୀମାନେ ନାରସେନା ଅଞ୍ଚଳରେ ସେଣ୍ଟ୍ରାଲ ରିଜର୍ଭ ପୋଲିସ ଫୋର୍ସ (ସିଆରପିଏଫ୍) ର ଦୁଇ ଯବାନଙ୍କ ଉପରେ ଆକ୍ରମଣ କରିଛନ୍ତି। ଏହି ଆକ୍ରମଣରେ ଦୁଇ ଯବାନ ସହିଦ ହୋଇଛନ୍ତି। ଏସମ୍ପର୍କରେ ମଣିପୁର ପୋଲିସ ପକ୍ଷରୁ ସୂଚନା ମିଳିଛି। ସୂଚନା ଅନୁଯାୟୀ, କୁକି ଉଗ୍ରବାଦୀମାନେ ରାତି ୧୨ଟା ୩୦ମି.ରୁ ଭୋର୍ ୨ଟା ୧୫ମି. ଯାଏଁ ସିଆରପିଏଫ୍ କ୍ୟାମ୍ପ ଉପରେ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ସହିଦ ହୋଇଥିବା ଯବାନ ବିଷ୍ଣୁପୁର ଜିଲ୍ଲାର ନାରସେନା ଅଞ୍ଚଳରେ ନିୟୋଜିତ CRPF ର ୧୨୮ ବାଟାଲିୟନର ସଦସ୍ୟ ଥିଲେ। ଅପରପକ୍ଷେ ଏହି ଆକ୍ରମଣରେ ଆଉ ଦୁଇ ଜଣ ମଧ୍ୟ ଆହତ ହୋଇଛନ୍ତି । ପାହାଡ ଶୀର୍ଷରୁ ଉଗ୍ରବାଦୀ ମାନେ ଆକ୍ରମଣ କରୁଥିବା ବେଳେ କ୍ୟାମ୍ପ ଉପରେ ବୋମା ମାଡ଼ ମଧ୍ୟ କରିଥିଲେ । ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳକୁ ଘେରାବନ୍ଦୀ କରିବା ସହ ଆକ୍ରମଣକାରୀଙ୍କୁ ଖୋଜିବାରେ ଲାଗିଛନ୍ତି ଯବାନ ।
ତାଜା ଖବର
ବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକ