Quantum Mirror

ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନଙ୍କୁ କରୋନା

ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନଙ୍କୁ କରୋନା

ରାଜ୍ୟରେ କରୋନା ସଂକ୍ରମଣଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ବିଧାୟକ ଠାରୁ ଆରମ୍ଭ କରି ମନ୍ତ୍ରୀ କରୋନାରେ ସଂକ୍ରମିତ ହେଉଛନ୍ତି । ଏହାରି ମଧ୍ୟରେ ରାଜ୍ୟ ହସ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଏନେଇ ସେ ନିଜେ ସୂଚନା ଦେଇଛନ୍ତି ।

କରୋନା ପଜିଟିଭ ରିପୋର୍ଟ ଆସିବା ପରେ ମନ୍ତ୍ରୀ ବର୍ତ୍ତମାନ ହୋମ୍ ଆଇସୋଲେସନରେ ରହିଥିବା ସୂଚନା ମିଳିଛି । ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନଙ୍କୁ ତୁରନ୍ତ କରୋନା ପରୀକ୍ଷା କରାଇନେବାକୁ ପରାମର୍ଶ ଦେଇଛନ୍ତି ।

ପୂର୍ବରୁ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂଙ୍କୁ ମଧ୍ୟ କରୋନା ହୋଇସାରିଛି । ସେ କରୋନା ପଜିଟିଭ୍ ଥିବା ନିଜେ ଟ୍ବିଟ୍ କରି ସୂଚନା ଦେଇଥିଲେ

Subscribe to our newsletter
Subscribe to our newsletter
Sign up here to get the latest news, updates and special offers delivered directly to your inbox.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

×