ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲରେ ଡାକ୍ତରୀ ପିଜି ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ଯା ଘଟଣା । ଆଜି ସାରା ଦେଶବ୍ୟାପୀ ଡାକ୍ତର ସଂଘର ଆନ୍ଦୋଳନ। ଶନିବାର ସକାଳ ୬ଟାରୁ ରବିବାର ସକାଳ ୬ଟା ପଯ୍ୟନ୍ତ ଓପିଡି ବନ୍ଦ ରହିବ। ରୋଗୀ ସେବା ବନ୍ଦ ରଖିବାକୁ IMA ଦେଇଛି ଚେତାବନୀ। ୨୪ ଘଣ୍ଟା ଧରି ଚାଲିବ ଆନ୍ଦୋଳନ। ଗତକାଲି ୧୨ ଘଣ୍ଟିଆ ବନ୍ଦ ପାଳନ କରିଥିଲା ଏସୟୁସିଆଇ। ବୁଧବାର ରାତିରେ କଲେଜରେ ଭଙ୍ଗାରୁଜା ଓ ଡାକ୍ତରଙ୍କୁ ମାଡ଼ ମାରିବା ପ୍ରତିବାଦରେ ଧର୍ମଘଟ ଡାକରା ଦେଇଛି ସଂଘ। କୋଲକାତା ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ଯା ମାମଲାରେ ବନ୍ଦ ଡାକରା ଦେଇଛି ଭାରତୀୟ ମେଡିକାଲ ସଂଘ । ଜରୁରୀକାଳୀନ ସେବାକୁ ଛାଡ଼ି ସମସ୍ତ ଓପିଡି ବନ୍ଦ ରହିବ।
ତାଜା ଖବର
ପୁରୀ ରଥଯାତ୍ରାରେ ଧାର୍ମିକ ଓ ଆଧ୍ୟାତ୍ମିକ ରଙ୍ଗ, ତିନି ଠାକୁରଙ୍କ ଶୁଭ ଯାତ୍ରାବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।