ଭୁବନେଶ୍ବର ୨୭/୫: ବାତ୍ୟା ୟଶ୍ ରେ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଶୁକ୍ରବାର ପ୍ରଧାନମନ୍ତ୍ରୀ ଦୁଇ ରାଜ୍ୟ ଗସ୍ତ କରିବେ। ସେ ପ୍ରଥମେ ଓଡ଼ିଶାର ରାଜଧାନୀ ଭୁବନେଶ୍ବରରେ ପହଞ୍ଚି ସମୀକ୍ଷା ବୈଠକ କରିବେ । ତାପରେ ସେ ବାଲେଶ୍ବର, ଭଦ୍ରକ ଏବଂ ପଶ୍ଚିମବଙ୍ଗର ପୂର୍ବ ମେଦିନପୁରରେ ଆକାଶ ମାର୍ଗରୁ ବାତ୍ୟା ସ୍ଥିତିର ସମୀକ୍ଷା କରିବେ। ଏହା ସହ ପ୍ରଧାନମନ୍ତ୍ରୀ ପଶ୍ଚିମବଙ୍ଗରେ ମଧ୍ୟ ଏକ ସମୀକ୍ଷା ବୈଠକ କରିବେ । ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଧ୍ୟ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ସେପଟେ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆକାଶ ମାର୍ଗରୁ ବାତ୍ୟା ପରବର୍ତ୍ତୀ ସ୍ଥିତିର ସମୀକ୍ଷା କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାତ୍ୟା ୟାସ୍ ପ୍ରଭାବିତ ଅଞ୍ଚଳରେ କ୍ଷୟକ୍ଷତି ଆକଳନ ପାଇଁ ହେଲିକପ୍ଟର ଯୋଗେ ବାତ୍ୟା ଅଞ୍ଚଳ ପରିଦର୍ଶନ କରିଛନ୍ତି। ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା ଜିଲ୍ଲାର ବିଭିନ୍ନ ଅଞ୍ଚଳ ଦେଖିଛନ୍ତି ମୁଖ୍ୟମନ୍ତ୍ରୀ । ଅପରାହ୍ନ ୧୨ଟା ୩୦ମିନିଟରେ ହେଲିକପ୍ଟର ଯୋଗେ ଏରିଏଲ୍ ସର୍ଭେ ପାଇଁ ମୁଖ୍ୟମନ୍ତ୍ରୀ ବାହାରିଥିଲେ ।ବାତ୍ୟା ‘ୟାସ୍’ ଯୋଗୁଁ ଭଦ୍ରକ ଓ ବାଲେଶ୍ବର ଜିଲ୍ଲାରେ ବେଶୀ କ୍ଷୟକ୍ଷତି ହୋଇଛି । ବିଭିନ୍ନ ସ୍ଥାନରେ ରାସ୍ତାରେ ବଡ଼ ବଡ଼ ଗଛ ପଡିଛି । କେଉଁଠି ମୂଳ ମାଟିରୁ ଉପୁଡି ଯାଇଛି । ଲୋକଙ୍କ ଘର ଉପରେ ମଧ୍ୟ ପଡ଼ିଛି ଗଛ । ବିଦ୍ୟୁତ ଖୁଣ୍ଟି ଭାଙ୍ଗି ଯାଇଛି । ବଡ଼ ବଡ଼ ହୋର୍ଡିଂ ସବୁକୁ ଫିଙ୍ଗି ଦେଇଛି ପବନ । ବାତ୍ୟା ଅପସରି ଯାଇଥିବା ବେଳେ ଜୋରଦାର ହୋଇଛି ପୁନରୁଦ୍ଧାର କାମ ।ପ୍ରଭାବିତ ଅଞ୍ଚଳରେ ଓଡ୍ରାଫ, ଏନଡିଆରଏଫ୍ ଓ ଅଗ୍ନିଶମ ବାହୀନି ଗଛ ପଡ଼ିଥିବା ସ୍ଥାନରେ ସଫେଇକୁ ଜୋରଦାର କରିଛନ୍ତି । ବିଭିନ୍ନ ଜିଲ୍ଲାରେ ୬୦ରୁ ଓଡ୍ରାଫ ଟିମ୍, ଏନଡିଆରଏଫର ୫୨ଟି ଟିମ୍ ଓ ଅଗ୍ନିଶମ ବାହିନୀର ଶହେରୁ ଅଧିକ ଟିମ୍ ମୁତୟନ ଅଛନ୍ତି । ।
ତାଜା ଖବର
ଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକସଂସଦରେ ଠେଲା ପେଲା; ପ୍ରତାପ ଷଡଙ୍ଗୀ ଆହତଶୀତରେ ଥରୁଛି ସାରା ଓଡ଼ିଶାବିଶିଷ୍ଟ ତବଲା ବାଦକ ଜାକିର ହୁସେନଙ୍କ ପରଲୋକ।