ନବରଙ୍ଗପୁରରେ ଦୁଇ ରୁବେଲା ଭୂତାଣୁ ଆକ୍ରାନ୍ତ ଚିହ୍ନଟ । ଗତ ୨୪ ତାରିଖରେ ନନ୍ଦାହାଣ୍ଡି ବ୍ଲକ ପଡାଲଗୁଡାର ୫ଜଣ ଶିଶୁଙ୍କ ରକ୍ତନମୁନା ଭୁବନେଶ୍ୱର ଆରଏମଆରସି ପରୀକ୍ଷାଗାରକୁ ପଠାଯାଇଥିଲା । ସେଥିମଧ୍ୟରୁ ଦୁଇ ଶିଶୁଙ୍କ ରକ୍ତରେ ରୁବେଲା ଭାଇରସ ଚିହ୍ନଟ ହୋଇଛି । ଏହି ରିପୋର୍ଟ ଆସିବା ପରେ ସ୍ୱାସ୍ଥ୍ୟ ବିଭାଗର ଏକ ଟିମ ସ୍ଥିତିର ଅନୁଧ୍ୟାନ କରୁଛନ୍ତି । ଏହା ଏକ ଭୂତାଣୁ ଜନିତ ରୋଗ ଏବଂ ଏହା ବାୟୁ ଦ୍ୱାରା ସଂକ୍ରମିତ ହୋଇଥାଏ । ତେଣୁ ରୋଗୀମାନଙ୍କୁ ଆଇସୋଲେସନରେ ରହିବା ପାଇଁ ପରାମର୍ଶ ଦିଆଯାଉଛି । ଏହାସହ ରୋଗର ନିରାକରଣ ପାଇଁ ସ୍ବାସ୍ଥ୍ୟ କର୍ମୀଙ୍କ ସହ ଯୋଗାଯୋଗରେ ରହିବା ପାଇଁ କୁହାଯାଇଛି ।
ତାଜା ଖବର
ଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକସଂସଦରେ ଠେଲା ପେଲା; ପ୍ରତାପ ଷଡଙ୍ଗୀ ଆହତଶୀତରେ ଥରୁଛି ସାରା ଓଡ଼ିଶାବିଶିଷ୍ଟ ତବଲା ବାଦକ ଜାକିର ହୁସେନଙ୍କ ପରଲୋକ।