ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ନଭେମ୍ବରରେ ସ୍କୁଲ ଖୋଲିବା ନିଷ୍ପତ୍ତି ସ୍ଥଗିତ ହୋଇଛି । ଏନେଇ ଆଜି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି । ସେ କହିଛନ୍ତି ନଭେମ୍ବରରେ ସ୍କୁଲ ଖୋଲିବା ନିମନ୍ତେ ପୂର୍ବରୁ ନିଷ୍ପତ୍ତି ନିଆଯାଇଥିବା ସତ୍ତ୍ୱେ ପରିସ୍ଥିତିକୁ ଦୃଷ୍ଟିରେ ରଖି ଏଥିରେ ପରିବର୍ତ୍ତନ କରାଯାଇଛି। ସ୍ୱାସ୍ଥ୍ୟ ବିଭାଗର ପରବର୍ତ୍ତୀ ଗାଇଡଲାଇନ୍କୁ ଅପେକ୍ଷା କରିଛୁ। ଗାଇଡଲାଇନ୍ ଆସିବା ପରେ ପରବର୍ତ୍ତୀ ନିଷ୍ପତ୍ତି ନିଆ ଯିବ ବୋଲି ମନ୍ତ୍ରୀ କହିଛନ୍ତି । କରୋନାର ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ଆଶଙ୍କା ଥିବାରୁ ଏହି ନିଷ୍ପତ୍ତି ନିଆଯାଇଛି । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସତର୍କ ରହିବାକୁ ରାଜ୍ୟବାସୀଙ୍କୁ ପରାମର୍ଶ ଦେଇଛନ୍ତି । ପିଲାଙ୍କ ସ୍ୱାସ୍ଥ୍ୟକୁ ଦୃଷ୍ଟିରେ ରଖି ନିଷ୍ପତ୍ତି ନିଆଯାଇଛି ।
ତାଜା ଖବର
ପୁରୀ ରଥଯାତ୍ରାରେ ଧାର୍ମିକ ଓ ଆଧ୍ୟାତ୍ମିକ ରଙ୍ଗ, ତିନି ଠାକୁରଙ୍କ ଶୁଭ ଯାତ୍ରାବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।