ଭଦ୍ରକ ୧୬ ନମ୍ବର ଜାତୀୟ ରାଜପଥର ନଳାଙ୍ଗ ସାଇମନ୍ଦିର ନିକଟରେ ଦୁର୍ଘଟଣା। ରାସ୍ତା କଡ଼ରେ ଠିଆ ହୋଇଥିବା ଟ୍ରକକୁ ଧକ୍କା ଦେଲା ପଶ୍ଚିମବଙ୍ଗରୁ ପୁରୀ ଅଭିମୁଖେ ଯାଉଥିବା ସ୍କର୍ପିଓ। ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ, ୪ ଗୁରୁତରଙ୍କୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ପଶ୍ଚିମବଙ୍ଗ ଅଞ୍ଚଳର କିଛି ପର୍ଯ୍ୟଟକ ପୁରୀ ଅଭିମୁଖେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ, ଅନ୍ୟ ଜଣଙ୍କୁ ମେଡିକାଲରେ ମୃତ ଘୋଷଣା କରାଯାଇଛି। ଦୁର୍ଘଟଣା ପରେ ଟ୍ରକଟି ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ସ୍କର୍ପିଓ ଗାଡି ନମ୍ବରକୁ ଆଧାର କରି ମୃତକ ଓ ଗୁରୁତର ସମସ୍ତେ ପଶ୍ଚିମବଙ୍ଗ ଅଞ୍ଚଳର ବୋଲି ଜଣାପଡିଛି।
ତାଜା ଖବର
ବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକ