ଜଳୁଛି ସାରା ଓଡ଼ିଶା। ରାତି ନପାହୁଣୁ ଆରମ୍ଭ ହୋଇଗଲାଣି ଗୁଳୁଗୁଳି। ସକାଳ ୭ଟା ବେଳକୁ ଦିନ ୧୧ଟା ପରି ଗରମ ଅନୁଭୂତ ହେଉଛି। ତେବେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିବ । ଏନେଇ ନେଇ ପାଣିପାଗ ବିଭାଗ ଚେତାବନୀ ଦେଇଛି। ଏହି ସମୟରେ ତାପମାତ୍ରା ୪ରୁ ୬ ଡିଗ୍ରୀ ଯାଏଁ ବୃଦ୍ଧି ପାଇବା ସମ୍ଭାବନା ରହିଛି। ୧୭ରୁ ୨୦ ତାରିଖ ଯାଏଁ କିଛି ସ୍ଥାନରେ ତାପମାତ୍ରା ୪୩ରୁ ୪୫ ଡିଗ୍ରୀ ମଧ୍ୟ ଛୁଇଁପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଗତକାଲି ୪୦ ଡିଗ୍ରୀ ଉପରେ ରହିଥିଲା ରାଜ୍ୟର ୧୮ ସହର। ୪୧.୪ ଡିଗ୍ରୀ ସହ ବାରିପଦା ସବୁଠୁ ଉତ୍ତପ୍ତ ସହର ପାଲଟିଛି। ତାପଛକୁ ରହିଛି ଭୁବନେଶ୍ବର।ଗତକାଲି ରାଜଧାନୀ ଭୁବନେଶ୍ବରର ତାପମାତ୍ରା ୪୧.୨ ଡିଗ୍ରୀ ରେକର୍ଡ ହୋଇଛି। ଚାନ୍ଦବାଲି ଓ ନୂଆପଡ଼ାରେ ବି ପାରଦ ୪୧.୨ ଡିଗ୍ରୀ ରହିଥିଲା।ଗତକିଛି ଦିନ ଧରି ପାଗରେ ପରିବର୍ତ୍ତନ ଯୋଗୁଁ ଖରା, ତାତିରୁ ଲୋକଙ୍କୁ ଆଶ୍ଵସ୍ତି ମିଳିଥିଲା।
ତାଜା ଖବର
ବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକ