ବାତ୍ୟା ୟାସର କ୍ଷୟକ୍ଷତି ଆକଳନ ପାଇଁ ବାଲେଶ୍ୱରରେ ପହଂଚିଲା କେନ୍ଦ୍ରୀୟ ଟିମ୍ । କ୍ଷୟକ୍ଷତି ନେଇ କେନ୍ଦ୍ର ସରକାରଙ୍କୁ ରିପୋର୍ଟ ଦେବେ କେନ୍ଦ୍ରୀୟ ଟିମ୍ । ଆଜି ଏନେଇ ଏସଆରସି ପିକେ ଜେନା ହୋଟେଲ ମେ ଫେୟାରରେ ଏକ ବୈଠକ କରିଥିଲେ । ଏଥିରେ ବାତ୍ୟା ୟସ କ୍ଷୟକ୍ଷତି ନେଇ କେନ୍ଦ୍ରୀୟ ଟିମକୁ ଅବଗତ କରାଯାଇଛି । କ୍ଷୟକ୍ଷତି ଆକଳନ କରିବା ପାଇଁ ଓଡ଼ିଶା ଆସିଛନ୍ତି ଆନ୍ତଃମନ୍ତ୍ରୀ ସ୍ତରୀୟ କେନ୍ଦ୍ରୀୟ ଟିମ୍ । ଏହି ଟିମର ନେତୃତ୍ୱ ନେଇଛନ୍ତି କେନ୍ଦ୍ର ଗୃହ ମନ୍ତ୍ରଳାୟର ଯୁଗ୍ମ ସଚିବ ସୁନୀଲ କୁମାର ବର୍ନୱାଲ୍ । ଆଜି, ବାତ୍ୟାରେ ସର୍ବାଧିକ ପ୍ରଭାବିତ ହୋଇଥିବା ୪ଟି ଜିଲ୍ଲା ଗସ୍ତ କରିବା କାର୍ଯ୍ୟକ୍ରମ ରହିଛି । ଦୁଇଟି ଭାଗରେ ବିଭକ୍ତ ହୋଇ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ମୟୂରଭଂଜ ଗସ୍ତରେ ଯାଇ ଏହି ଟିମ୍ ବାତ୍ୟା କ୍ଷୟକ୍ଷତିର ଆକଳନ କରିବେ ଏହି ଟିମ୍ ।
ତାଜା ଖବର
ଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକସଂସଦରେ ଠେଲା ପେଲା; ପ୍ରତାପ ଷଡଙ୍ଗୀ ଆହତଶୀତରେ ଥରୁଛି ସାରା ଓଡ଼ିଶାବିଶିଷ୍ଟ ତବଲା ବାଦକ ଜାକିର ହୁସେନଙ୍କ ପରଲୋକ।