Quantum Mirror

ଆକାଶମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

ଆକାଶମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଅପରାହ୍ନରେ ଆକାଶମାର୍ଗରୁ ବାତ୍ୟାଞ୍ଚଳର ଏରିଏଲ ସର୍ଭେ କରିବେ ମୁଖ୍ୟମନ୍ତ୍ରୀ। ଆକାଶମାର୍ଗରୁ ବାତ୍ୟା ‘ୟଶ’ ପରର ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ପ୍ରଭାବିତ ଅଞ୍ଚଳ ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରପଡାରେ ସେ ସ୍ଥିତି ଅନୁଧ୍ୟାନ କରିବେ । ଏନେଇ ଚିଠିଲେଖି ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ଆଦିତ୍ୟ ମହାପାତ୍ର ।ଏହା ପୂର୍ବରୁ ଗତକାଲି ବାତ୍ୟା ପରବର୍ତ୍ତୀ ସ୍ଥିତି ସମୀକ୍ଷା କରିଥିଲେ ମୁଖ୍ୟମନ୍ତ୍ରୀ । ପ୍ରଭାବିତ ଜିଲ୍ଲାର ୧୨୮ଟି ଗାଁକୁ ୭ ଦିନ ରିଲିଫ ଦେବାକୁ ଘୋଷଣା କରିଥିଲେ । ଏହାସହ ୨୪ ଘଣ୍ଟାରେ ପ୍ରମୁଖ ରାସ୍ତାଗୁଡ଼ିକର ପୁନରୁଦ୍ଧାର ଓ ୮୦ ପ୍ରତିଶତ ବିଦ୍ୟୁତ ସରବରାହ ପାଇଁ ନିର୍ଦ୍ଦେଶ ଦେଇଥିଲେ । ଖୁବ କମ ସମୟ ମଧ୍ୟରେ ତଳିଆ ଅଞ୍ଚଳରୁ ୫ ଲକ୍ଷରୁ ଅଧିକ ଲୋକଙ୍କୁ ସ୍ଥାନାନ୍ତର କରାଯାଇଥିବାରୁ ପଂଚାୟତ ପ୍ରତିନିଧି, ଜିଲ୍ଲା ପ୍ରଶାସନ ଓ ପୁଲିସକୁ ସେମାନଙ୍କ କାର୍ଯ୍ୟ ପାଇଁ ପ୍ରଶଂସା କରିଥିଲେ ମୁଖ୍ୟମନ୍ତ୍ରୀ । ଆଜିର ବାତ୍ୟା କ୍ଷୟକ୍ଷତି ଆକଳନ ପରେ ସଂଧ୍ୟାରେ କିଛି ପ୍ୟାକେଜ ଘୋଷଣା ହୋଇପାରେ ବୋଲି ଆଶଙ୍କା ରହିଛି ।

Subscribe to our newsletter
Subscribe to our newsletter
Sign up here to get the latest news, updates and special offers delivered directly to your inbox.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

×