Quantum Mirror

ଆଜିଠୁ ଆରମ୍ଭ ହେଲା ବିଧାନସଭା ମୌସୁମୀ ଅଧିବେଶନ

ଆଜିଠୁ ଆରମ୍ଭ ହେଲା ବିଧାନସଭା ମୌସୁମୀ ଅଧିବେଶନ

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହେଲା ବିଧାନସଭା ମୌସୁମୀ ଅଧିବେଶନ। ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଙ୍କୁ ଗାର୍ଡ ଅଫ ଅନର ଦିଆଯିବା ପରେ ଆରମ୍ଭ ହୋଇଛି ଅଧିବେଶନ। ଦିବଂଗତ ନେତା ଓ କୋଭିଡ ଯୋଧ୍ୟାଙ୍କ ପାଇଁ ଶୋକ ପ୍ରସ୍ତାବ ଆଗତ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବୀନ ନିବାସରୁ ଭିଡ଼ିଓ କନ୍ଫରେନ୍ସିଂଗରେ ଯୋଗ ଦେଇଛନ୍ତି। ଚଳିତ ଅଧିବେଶନରେ ୯ଟି ଅଧ୍ୟାଦେଶ ସମେତ ମୋଟ୍ ୧୬ଟି ବିଲ୍‌ ଆଗତ ହେବ ବୋଲି ଜଣାପଡିଛି। ବିଧାନସଭା ମୌସୁମୀ ଅଧିବେଶନ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । କୋଭିଡ୍‌ ମହାମାରୀ ସମୟରେ ଏହି ଅଧିବେଶନ ବସୁଥିବାରୁ ସାମାଜିକ ଦୂରତା ଓ ସଂକ୍ରମଣ ରୋକିବାକୁ ସବୁ ପ୍ରକାର ବ୍ୟବସ୍ଥା ଗ୍ରହଣ କରାଯାଇଛି। ଗୃହରେ ସାମାଜିକ ଦୂରତା ଓ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି । ଜିଲ୍ଲା ସ୍ତରରେ କିଛି ବିଧାୟକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରୁ ଯୋଡି ହୋଇଛନ୍ତି । ସେହିଭଳି ସଚିବାଳୟରୁ କିଛି ବିଧାୟକ ଭିଡ଼ିଓ କନ୍ଫରେନ୍ସିଂଗ ଜରିଆରେ ଯୋଡି ହୋଇଛନ୍ତି।

Subscribe to our newsletter
Subscribe to our newsletter
Sign up here to get the latest news, updates and special offers delivered directly to your inbox.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

×