ଆଜି ପବିତ୍ର ଶ୍ରୀରାମ ନବମୀ। ସଜେଇ ହୋଇଛି ଦେଶର ସମସ୍ତ ରାମମନ୍ଦିର। ସବୁଠି ଶୁଭୁଛି ରାମ ନାମ। ପ୍ରଭୁଙ୍କ ଦର୍ଶନ ପାଇଁ ରାମ ମନ୍ଦିରରେ ଲାଗିଛି ଭକ୍ତଙ୍କ ଭିଡ଼। ଶ୍ରୀରାମ ନବମୀ ଅବସରରେ ସ୍ବତନ୍ତ୍ର ଭାବେ ସଜେଇ ହୋଇଛି ରାଜ୍ୟକ ସମସ୍ତ ରାମ ମନ୍ଦିର। ରାଜଧାନୀର ରାମ ମନ୍ଦିର ସମେତ ସମସ୍ତ ମଠ ମନ୍ଦିରରେ ହୋଇଛି ବ୍ୟାପକ ବ୍ୟବସ୍ଥା। ପ୍ରଭୁ ଶ୍ରୀ ରାମଚନ୍ଦ୍ରଙ୍କ ଅବକାଶ ନୀତି, ମହାସ୍ନାନ, ସକାଳ ଧୂପ ଓ ବେଶ ହୋଇଛି। ଶ୍ରୀରାମ ଚରିତ ମାନସ ନବାଙ୍ଗ ପାରାୟଣରେ ପୂର୍ଣ୍ଣାହୁତି ହେବା ପରେ ହୋମ ଯଜ୍ଞ କରାଯିବ। ମଧ୍ୟାହ୍ନ ପରେ ଶ୍ରୀରାମଙ୍କ ଜୟନ୍ତୀ ଆଳତି ହେବ। ପରେ ସନ୍ଧ୍ୟା ଆଳତି କରାଯାଇ ରାତିରେ ଭୋଗ ଆଳତି ଅନୁଷ୍ଠିତ ହେବ। ଏହି ଅବସରରେ ଠାକୁରଙ୍କ ପାଖରେ ପାଞ୍ଚ ମେଳା ଓ ଫଳ ଲାଗି ହେବ। ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖି ବ୍ୟାରିକେଡ୍ ବ୍ୟବସ୍ଥା କରାଯାଇଛି ।
ତାଜା ଖବର
ବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକ