Quantum Mirror

ଆଜି ପବିତ୍ର ରାମ ନବମୀ

ଜି ପବିତ୍ର ଶ୍ରୀରାମ ନବମୀ। ସଜେଇ ହୋଇଛି ଦେଶର ସମସ୍ତ ରାମମନ୍ଦିର। ସବୁଠି ଶୁଭୁଛି ରାମ ନାମ। ପ୍ରଭୁଙ୍କ ଦର୍ଶନ ପାଇଁ ରାମ ମନ୍ଦିରରେ ଲାଗିଛି ଭକ୍ତଙ୍କ ଭିଡ଼। ଶ୍ରୀରାମ ନବମୀ ଅବସରରେ ସ୍ବତନ୍ତ୍ର ଭାବେ ସଜେଇ ହୋଇଛି ରାଜ୍ୟକ ସମସ୍ତ ରାମ ମନ୍ଦିର। ରାଜଧାନୀର ରାମ ମନ୍ଦିର ସମେତ ସମସ୍ତ ମଠ ମନ୍ଦିରରେ ହୋଇଛି ବ୍ୟାପକ ବ୍ୟବସ୍ଥା। ପ୍ରଭୁ ଶ୍ରୀ ରାମଚନ୍ଦ୍ରଙ୍କ ଅବକାଶ ନୀତି, ମହାସ୍ନାନ, ସକାଳ ଧୂପ ଓ ବେଶ ହୋଇଛି। ଶ୍ରୀରାମ ଚରିତ ମାନସ ନବାଙ୍ଗ ପାରାୟଣରେ ପୂର୍ଣ୍ଣାହୁତି ହେବା ପରେ ହୋମ ଯଜ୍ଞ କରାଯିବ। ମଧ୍ୟାହ୍ନ ପରେ ଶ୍ରୀରାମଙ୍କ ଜୟନ୍ତୀ ଆଳତି ହେବ। ପରେ ସନ୍ଧ୍ୟା ଆଳତି କରାଯାଇ ରାତିରେ ଭୋଗ ଆଳତି ଅନୁଷ୍ଠିତ ହେବ। ଏହି ଅବସରରେ ଠାକୁରଙ୍କ ପାଖରେ ପାଞ୍ଚ ମେଳା ଓ ଫଳ ଲାଗି ହେବ। ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖି ବ୍ୟାରିକେଡ୍ ବ୍ୟବସ୍ଥା କରାଯାଇଛି ।

Subscribe to our newsletter
Subscribe to our newsletter
Sign up here to get the latest news, updates and special offers delivered directly to your inbox.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

×