ଭୁବନେଶ୍ୱର,୨ ।୫: ଲକଡାଉନ ସମୟରେ ପବ୍ଲିକ ଟ୍ରାନ୍ସପୋର୍ଟ ପାଇଁ ବସ୍ ଚାଲିବନି । କେବଳ ମେଡିକାଲ କାର୍ଯ୍ୟ ବ୍ୟତିତ ଅନ୍ୟ ସବୁ ଆତଯାତ ମନା ହୋଇଛି ।ସମସ୍ତ ଶିକ୍ଷାନୁଷ୍ଠାନ, କୋଚିଂ ସେଣ୍ଟର, ଟ୍ରେନିଂ ସେଣ୍ଟର ଲକଡାଉନ ସମୟରେ ବନ୍ଦ ରହିବ । ସେହିପରି ପ୍ରଦର୍ଶନୀ ମେଳା, ବ୍ୟବସାୟ ଭିତ୍ତିକ ମିଟିଂ ବନ୍ଦ ରହିବ । ଟ୍ୟାକ୍ସ, ଅଟୋ, ସାଇକେଲ ରିକ୍ସା ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିବ । ସିନେମା ହଲ, ମଲ୍, ମାକେର୍ଟ କମ୍ପେ୍ଲକ୍ସ, ଜିମ୍ ବନ୍ଦ ରହିବ । ଯାତ୍ରା, ଅପେରା, ଖୋଲାମଞ୍ଚ ସମ୍ପୂର୍ଣ୍ଣ ଭାବେ ବନ୍ଦ ରହିବ । ସେଲୁନ୍ ପାର୍ଲର , ସ୍ପା ବନ୍ଦ ରହିବ । ସାମାଜିକ, ଧାର୍ମିକ, କ୍ରୀଡା, ରାଜନୈତିକ ସମାବେଶ ବନ୍ଦ ରହିବ । ସ୍ଥାନୀୟ କର୍ତ୍ତୃପକ୍ଷଙ୍କ ଠାରୁ ଅନୁମତି ଆଣି ବିବାହ ଆୟୋଜନ କରିହେବ । ବିବାହରେ ସର୍ବାଧିକ ୫୦, ଶୁଦ୍ଧିକାର୍ଯ୍ୟରେ ୨୦ ଜଣଙ୍କୁ ଅନୁମତି ଦିଆଯିବ । ସାପ୍ତାହିକ ଓ ଦୈନିକ ହାଟ ଚାଲି ପାରିବ ନାହିଁ ।ତେବେ ଲକଡାଉନ ବେଳେ କେବଳ ଚାଲିଚାଲି ଯାଇ ପରିବା ଆଣିବାକୁ ଅନୁମତି ଦିଆଯାଇଛି । ଘରଠାରୁ ୫ ଶହ ମିଟର ଦୂରତା ଯାଏ ଯିବା ପାଇଁ କୁହାଯାଇଛି । ସକାଳ ୬ଟାରୁ ଦିନ ୧୨ଟା ଯାଏଁ ଚାଲି ଚାଲି ଯାଇ ପରିବା ଆଣିପାରିବେ ଲୋକେ । ସ୍ୱାସ୍ଥ୍ୟ ଓ ଜରୁରୀ ସେବାରେ କଟକଣା ଲାଗିବ ନାହିଁ । ହସ୍ପିଟାଲ, ନର୍ସିଂହୋମ, ଔଷଧ ଦୋକାନ ଖୋଲା ରହିବ । ରାସନ ଦୋକାନ, ଗ୍ରୋସରୀ, ଫଳ ଦୋକାନ ଖୋଲା ରହିବ । ମାଛ, ମାଂସ, ଅଣ୍ଡା, କ୍ଷୀର ଦୋକାନ ଖୋଳା ରହିବ । ସୋମବାରରୁ ଶୁକ୍ରବାର ସକାଳ ୬ରୁ ୧୨ ଯାଏଁ ଏସବୁ ଖୋଲା ରହିବ । ରେଷ୍ଟୁରାଣ୍ଟ ଓ ଢାବା କେବଳ ଖାଦ୍ୟ ପାର୍ସଲ ଦେଇପାରିବେ । ଫ୍ଲିପକାର୍ଟ, ଆମାଜନ, ଜୋମାଟୋ ଆଦିର ଡେଲିଭରି ବୟଙ୍କୁ ଅନୁମତି ଦିଆଯିବ । ଛାପା, ବୈଦ୍ୟୁତିକ ଗଣମାଧ୍ୟମ, ୱେବ ମିଡିଆକୁ ଅନୁମତି ଦିଆଯାଇଛି । ପେଟ୍ରୋଲପମ୍ପ, ରନ୍ଧନ ଗ୍ୟାସ ଯୋଗାଣ, ଗ୍ୟାରେଜ, ଗାଡି ମରାମତିକୁ ଅନୁମତି ଦିଆଯାଇଛି ।ଏହା ସହ ଲକଡାଉନରେ ନିର୍ବାଚନ ସମ୍ପର୍କିତ କାର୍ଯ୍ୟକୁ ଅନୁମତି ଦିଆଯାଇଛି । ନିର୍ବାଚିତ ସମ୍ପର୍କିତ କାର୍ଯ୍ୟରେ ସଟଡାଉନ ଓ ଲକଡାଉନ ଲାଗୁ ହେବ ନାହିଁ । ନିର୍ବାଚନ କାର୍ଯ୍ୟରେ ନିୟୋଜିତ ଲୋକେ ଯାଆସ କରିପାରିବେ । ଟ୍ରେନିଂ, ପୋଲିଂ ସେଣତଟରକୁ ଯିବାକୁ ଅଧିକାରୀଙ୍କୁ ଅନୁମତି ମିଳିବ । ପ୍ରାର୍ଥୀ, ଅଫିସର, ପୋଲିଂ ଓ କାଉଣ୍ଟିଂ ଏଜେଣ୍ଟଙ୍କୁ ଯାଆସ ଅନୁମତି ମିଳିଛି ।ଏହା ସହ ଲକଡାଉନ ବେଳେ ଟିକା ଓ ଟେଷ୍ଟିଂକୁ ଅନୁମତି ଦିଆଯାଇଛି । ଟିକା ପାଇଁ ଅନୁମତିପ୍ରାପ୍ତ ବ୍ୟକ୍ତି ଟିକା କେନ୍ଦ୍ରକୁ ଯାଇପାରିବେ । ଟେଷ୍ଟିଂ ପାଇଁ ବି ନିକଟସ୍ଥ ଟେଷ୍ଟିଂ କେନ୍ଦ୍ରକୁ ଲୋକେ ଯାଇପାରିବେ ।
ତାଜା ଖବର
ଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକସଂସଦରେ ଠେଲା ପେଲା; ପ୍ରତାପ ଷଡଙ୍ଗୀ ଆହତଶୀତରେ ଥରୁଛି ସାରା ଓଡ଼ିଶାବିଶିଷ୍ଟ ତବଲା ବାଦକ ଜାକିର ହୁସେନଙ୍କ ପରଲୋକ।