ନୂଆଦିଲ୍ଲୀ, ୧୪।୪: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଯୋଗୀଙ୍କ ଠାରେ କୋଭିଡର ପ୍ରାରମ୍ଭିକ ଲକ୍ଷଣ ଦେଖାଦେବା ପରେ ସେ କୋଭିଡ୍ ଟେଷ୍ଟ କରାଇଥିଲେ । ତେବେ ଟେଷ୍ଟ ରିପୋର୍ଟରେ ସେ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଯୋଗୀ ବର୍ତ୍ତମାନ ଆଇସୋଲେସନରେ ରହିବା ସହ ଡାକ୍ତରମାନେ ତାଙ୍କୁ ଚିକିତ୍ସା କରୁଛନ୍ତି । ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନେ କୋଭିଡ୍ ଟେଷ୍ଟ କରାଇନେବାକୁ ସେ ଅନୁରୋଧ କରିଛନ୍ତି । ତେବେ ମୁଖ୍ୟମନ୍ତ୍ରୀ ଯୋଗୀ ନିଜର ସମସ୍ତ କାର୍ଯ୍ୟ ଭର୍ଜୁଆଲ ମାଧ୍ୟମରେ ସମ୍ପାଦନ କରୁଥିବା ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ସୂଚନାଯୋଗ୍ୟ ଯେ, ପୂର୍ବରୁ ଦେଶର ବହୁ ରାଜନେତା, ଅଭିନେତା, କ୍ରୀଡ଼ାବିତଙ୍କ ସମେତ ପ୍ରଭାବଶାଳୀ ବ୍ୟକ୍ତିମାନେ କରୋନାରେ ଆକ୍ରାନ୍ତ ହୋଇଛନ୍ତି ।
ତାଜା ଖବର
ଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକସଂସଦରେ ଠେଲା ପେଲା; ପ୍ରତାପ ଷଡଙ୍ଗୀ ଆହତଶୀତରେ ଥରୁଛି ସାରା ଓଡ଼ିଶାବିଶିଷ୍ଟ ତବଲା ବାଦକ ଜାକିର ହୁସେନଙ୍କ ପରଲୋକ।